ଆଉ ଦୁଇ ଦିନ ରହିବ ରାଜ୍ୟରେ ଶୀତ !
ଭୁବନେଶ୍ବର: ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ କରୁଛି। ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଉ ଦୁଇ ଦିନ ଏଭଳି ପାଗ ଲାଗିରହିବ। ଆଜି ପାଇଁ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଦିନ ଯାଏ ୧୩ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ତେଣୁ ଲୋକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, କନ୍ଧମାଳ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲାକୁ ଶୀତ ଲହରୀ ପାଇଁ ସତର୍କ ସୂଚନା ଜାରି ହୋଇଛି।
Powered by Froala Editor