ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ : ୨୪ଘଣ୍ଟା ପାଇଁ ବନ୍ଦ ହେଲା ଇଣ୍ଟରନେଟ ସେବା
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ । ସମ୍ପୂର୍ଣ୍ଣ ସହରରେ BNSର ଧାରା ୧୬୩ ବଳବତ୍ତର ।
ସୁନ୍ଦରଗଡ଼ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ବଡ଼ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ଆଗାମୀ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ କଲା ଜିଲ୍ଲା ପ୍ରଶାସନ । ଉତ୍ତେଜନାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ସହରରେ ଜିଲ୍ଲା ପ୍ରଶାସନ BNSର ୧୬୩ ଧାରା ଲାଗୁ କରିଛି । ଘଟଣା ପରେ ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଶାନ୍ତି ବଜାୟ ରଖିବା ପାଇଁ ଅପିଲ କରିଛନ୍ତି ।
Powered by Froala Editor