ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ ବିଜେଡିରୁ ନିଲମ୍ବିତ
ଭୁବନେଶ୍ୱର: ବିଜେଡିରୁ ପୁଣି ଜଣେ ନେତାଙ୍କୁ ନିଲମ୍ବିତ କରାଯାଇଛି । ସେ ହେଲେ ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ। ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। ବିଜେଡି ଉପସଭାପତି ପ୍ରତାପ ଜେନା ଏନେଇ ସୂଚନା ଦେଇଛନ୍ତି ।
ସେହିପରି ଗତକାଲି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ନିଲମ୍ବିତ ହୋଇଥିଲେ । ଦଳ ବିରୋଧୀ କାର୍ଯ୍ୟ ପାଇଁ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ସସପେଣ୍ଡ କରିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ ।
Powered by Froala Editor