ମା’ ମଝିଘରିଆଣିଙ୍କ ହୁଣ୍ଡି ଖୋଲିଲା
ରାୟଗଡା: ଖୋଲିଲା ରାୟଗଡ଼ାର ଅଧିଷ୍ଠାତ୍ରୀଦେବୀ ମା’ ମଝିଘରିଆଣିଙ୍କ ହୁଣ୍ଡି। ୬ ମାସ ପରେ ଦାନ ହୁଣ୍ଡି ଖେଲାଯାଇ ଆରମ୍ଭ ହେଲା ଗଣତି। ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୁଲିସ କଡ଼ା ସୁରକ୍ଷାରେ ହୁଣ୍ଡି ଟଙ୍କା ଗଣୁଛନ୍ତି ମନ୍ଦିର କର୍ତ୍ତୃପକ୍ଷ ଓ ମହିଳା।
ସୂଚନା ଅନୁଯାୟୀ, ସୋମବାର ଦିନ ଖୋଲିଛି ମା’ ମଝିଘରିଆଣି ମନ୍ଦିରର ଦାନ ହୁଣ୍ଡି । ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୁଲିସ କଡ଼ା ସୁରକ୍ଷାରେ ଚାଲିଛି ଗଣତି । ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ହୁଣ୍ଡିରୁ ସକାଳ ୧୦ଟା ୩୦ରୁ ଗଣତି ଆରମ୍ଭ ହୋଇଛି । ଏହି ଗଣତି କାମରେ ବିଭିନ୍ନ ସଂଗଠନର ୨୫୦ ମହିଳା ଓ ପୁରୁଷ ସ୍ୱେଚ୍ଛାସେବୀମାନଙ୍କୁ ନିୟୋଜିତ କରାଯାଇଛି ।
Powered by Froala Editor