ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ମିଳିବ ପୁନଃ ନିଯୁକ୍ତି
ଭୁବନେଶ୍ୱର: ୮୦୦ ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ପୁନଃ ନିଯୁକ୍ତି ମିଳିବ । ଏଏସଆଇ, ଏସଆଇ, ଇନ୍ସପେକ୍ଟର ପାହ୍ୟାର ଏହି ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ସ୍ୱତନ୍ତ୍ର ପୁଲିସ ଅଧିକାରୀ (ଏସପିଓ) ଭାବେ ନିଯୁକ୍ତି ଦିଆଯିବ । ୧ ବର୍ଷ ପାଇଁ ଠିକା ଭିତ୍ତିରେ ସେମାନଙ୍କୁ ନିଯୁକ୍ତି ମିଳିବ । ଏ ସମ୍ପର୍କିତ ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି । ଏ ନେଇ ଗୃହ ବିଭାଗ ପକ୍ଷରୁ ପୁଲିସ ମହାନିର୍ଦ୍ଦେଶକ ଏବଂ ଆଇଜିଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି ।
ଏହି ଚିଠିରେ ଦର୍ଶାଯାଇଛି, ଯେଉଁ ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ନିଯୁକ୍ତି ଦିଆଯିବ, ସେମାନଙ୍କ ବୟସ ୬୫ ବର୍ଷରୁ କମ୍ ହୋଇଥିବ । ସେମାନଙ୍କ ସିସିଆର୍ ବେଶ୍ ଭଲ ଥିବ । ଏହି ଅଧିକାରୀମାନେ ନିଜ ସରକାରୀ କ୍ୱାର୍ଟର୍ସ ପୂର୍ବରୁ ଖାଲି କରି ସାରିଥିବା ଆବଶ୍ୟକ । ଏହି ଅବସରପ୍ରାପ୍ତ ଅଧିକାରୀଙ୍କ ବିରୋଧରେ ଚାକିରି କାଳରେ କୌଣସି ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ହୋଇନଥିବ । ଏହି ଅଧିକାରୀଙ୍କୁ ନିଯୁକ୍ତ କରିବା ନେଇ ପୁଲିସ ମହାନିର୍ଦ୍ଦେଶକ ଏକ ଚୟନ କମିଟି ଗଠନ କରିବେ ।
Powered by Froala Editor