୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର: ଫ୍ରେବୃଆରୀ ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ୨ତାରିଖରେ ଭୁବନେଶ୍ବରରେ ପହଞ୍ଚି ରାଜଭବନରେ ରାତ୍ରୀଯାପନ କରିବେ, ଏହାପରେ ୩ରେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ୪ ତାରିଖରେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶେଷରେ ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ ରହିଛି ରାଷ୍ଟ୍ରପତିଙ୍କର ।
Powered by Froala Editor