ଅଭିଜିତ୍ ମଜୁମଦାରଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଲିଉଡର ବିଶିଷ୍ଠ କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।
ଓଲିଉଡ ଜଗତର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକ ହୋଇଛି । ୫୪ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍ଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ଲିଭର ଜନିତ ସମସ୍ୟାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ଅଭିଜିତ୍ । ଏକ ସପ୍ତାହ ଧରି କଟକର ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ସେପ୍ଟେମ୍ବର ୪ରେ ଏମ୍ସରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ ।
Powered by Froala Editor