୩ ରେ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି
ପୁରୀ: ଆସନ୍ତା ୩ ତାରିଖ ଅର୍ଥାତ୍ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ ମହାମହିମ। ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାସହ ରାଷ୍ଟ୍ରପତି ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ୟ୍ୟକ୍ରମ ରହିଛି ।
ସୂଚନା ଅନୁଯାୟୀ, ଫେବ୍ରୁଆରୀ ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ପରିବାର ସହ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ରାଷ୍ଟ୍ରପତି ପ୍ରଥମେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାକୁ ଯିବେ । ସେଠାରେ ସେ ପୂର୍ବପୁରୁଷଙ୍କୁ ପିଣ୍ଡଦାନ କରିବେ । ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ରାଜରତନ ମହାପାତ୍ର କହିଛନ୍ତି, ପରମ୍ପରା ଅନୁଯାୟୀ ରାଷ୍ଟ୍ରପତିଙ୍କୁ ମହାପ୍ରଭୁଙ୍କ ଖଣ୍ଡୁଆ ବସ୍ତ୍ର, ଶୁଖିଲି ମହାପ୍ରସାଦ ଉପହାର ସ୍ୱରୂପ ଦିଆଯିବ ।
Powered by Froala Editor