ଅଜିତ ପାଓ୍ବାରଙ୍କ ପରଲୋକରେ ନବୀନଙ୍କ ଶୋକ
ମୁମ୍ବାଇ: ମହାରାଷ୍ଟ୍ର ବାରାମତୀରେ ବଡ଼ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପରଲୋକ । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ବାରାମତୀ ନିକଟରେ ହୋଇଥିବା ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ସହଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଏହି ବିଷୟରେ ଜାଣି ମୁଁ ଗଭୀର ଭାବେ ମର୍ମାହତ ଏବଂ ଦୁଃଖିତ। ପରିବାର, ବନ୍ଧୁ ଏବଂ ସମର୍ଥକଙ୍କ ପ୍ରତି ମୋର ହୃଦୟର ସହାନୁଭୂତି । ଓମ୍ ଶାନ୍ତି।
Powered by Froala Editor