ବଜେଟ:ଖେଲୋ ଇଣ୍ଡିଆ ମିଶନରେ ନିଯୁକ୍ତି ସୃଷ୍ଟି ପାଇଁ ଲକ୍ଷ୍ୟ
ନୂଆଦିଲ୍ଲୀ: ବଜେଟରେ ଖେଲୋ ଇଣ୍ଡିଆ ମିଶନ ନେଇ ଘୋଷଣା କରାଯାଇଛି । ଖେଲୋ ଇଣ୍ଡିଆ ମିଶନରେ ନିଯୁକ୍ତି ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି । ପ୍ରତିଭାଙ୍କୁ ଚିହ୍ନଟ କରି ପରବର୍ତ୍ତୀ ଦଶନ୍ଧୀକୁ ଯିବା ନେଇ ଏହି ମିଶନରେ ଲକ୍ଷ୍ୟ ରଖାଯାଇଛି ।
ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦୀ ସରକାରରେ ନିର୍ମଳାଙ୍କର ଏହା ନବମ ବଜେଟ ଉପସ୍ଥାପନ । କର୍ତ୍ତବ୍ୟ ଭବନରେ ଏହା ଆମର ପ୍ରଥମ ବଜେଟ ବୋଲି ନିର୍ମଳା କହିଛନ୍ତି । ବିଗତ ୧୧ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ତଥ୍ୟ ରଖୁଛନ୍ତି ଅର୍ଥମନ୍ତ୍ରୀ । ଚଳିତ ବର୍ଷ ବଜେଟ ଯୁବଶକ୍ତି ବଜେଟ ହେବାକୁ ଯାଉଛି, ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢୁଛି ।
Powered by Froala Editor