ବଜେଟ: ଏପ୍ରିଲ ୧ ରୁ ଲାଗୁ ହେବ ନୂଆ ଆୟକର ନିୟମ
ନୂଆଦିଲ୍ଲୀ:ଏପ୍ରିଲ ୧ ୨୦୨୬ରୁ ନୂଆ ଆୟକର ନିୟମ ଲାଗୁ ହେବ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରମଣ ବଜେଟ ଉପସ୍ଥାପନ ବେଳେ ଘୋଷଣା କରିଛନ୍ତି । ଛୋଟ କରଦାତାଙ୍କ ପାଇଁ ପ୍ରକ୍ରିୟା ସହଜ ହେବ । ଜୁଲାଇ ୩୧ ତାରିଖ ଯାଏଁ ରିଟର୍ଣ୍ଣ ଦାଖଲ କରିପାରିବେ । ଆଇଟିଆର-୧, ଆଇଟିଆର-୨ ଲୋକେ ରିଟର୍ଣ୍ଣ ଭରିପାରିବେ । ଏବେ ‘ପାନ୍’ ଜରିଆରେ ଏନଆରଆଇ ନିଜ ସମ୍ପତ୍ତି ବିକିପାରିବେ ।
ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦୀ ସରକାରରେ ନିର୍ମଳାଙ୍କର ଏହା ନବମ ବଜେଟ ଉପସ୍ଥାପନ । କର୍ତ୍ତବ୍ୟ ଭବନରେ ଏହା ଆମର ପ୍ରଥମ ବଜେଟ ବୋଲି ନିର୍ମଳା କହିଛନ୍ତି । ବିଗତ ୧୧ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ତଥ୍ୟ ରଖୁଛନ୍ତି ଅର୍ଥମନ୍ତ୍ରୀ । ଚଳିତ ବର୍ଷ ବଜେଟ ଯୁବଶକ୍ତି ବଜେଟ ହେବାକୁ ଯାଉଛି, ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢୁଛି ।
Powered by Froala Editor