୪ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ନାହିଁ ପରିବର୍ତ୍ତନ ସମ୍ଭାବନା
ଭୁବନେଶ୍ୱର: ରାଜ୍ୟର ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ରାତି ତାପମାତ୍ରା କମିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବଢ଼ିଛି। କନ୍ଧମାଳ ଜିଲାର ଘୁ.ଉଦୟଗିରିରେ ପାରଦ ୮.୨ଡିଗ୍ରୀ ଥିବାବେଳେ ଫୁଲବାଣୀରେ ୧୧.୨ ଏବଂ ଦାରିଙ୍ଗବାଡ଼ିରେ ୧୦.୫ଡିଗ୍ରୀ ରହିଛି। ଭୁବନେଶ୍ବରରେ ପାରଦ ୧୫.୫ ଏବଂ କଟକରେ ୧୪.୪ ଡିଗ୍ରୀ ଛୁଇଁଛି। କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଆଦି ଜିଲାରେ ଶୀତ ସ୍ବାଭାବିକ ରହିଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି।
Powered by Froala Editor