ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ, ୭ ଜିଲାର ନାଁ ସଂଶୋଧନ କରିବେ ସରକାର
ଭୁବନେଶ୍ବର: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ମୋହନ ସରକାର । ମୋଟ୍ ୧୧ ଜିଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ କରାଯିବ । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।
ଯେପରିକି ଖୋର୍ଦ୍ଧା ଜିଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ, ଦେବଗଡ଼ ଜିଲାକୁ ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ, ସେହପିରି କେନ୍ଦ୍ରାପଡ଼ାକୁ କେନ୍ଦ୍ରାପରା ଓ ନୟାଗଡ଼କୁ ନୟାଗର ଲେଖାଯାଉଛି । ମହାକାଳପଡ଼ାକୁ ଆଉ ମହାକାଳପରା ଲେଖାଯିବ ନାହିଁ ବୋଲି ସରକାର ନିଷ୍ପତି ନେଇଛନ୍ତି ।
Powered by Froala Editor