ଦେଶରେ ୩୯,୭୪୨ କରୋନା ସଂକ୍ରମିତ ଚିହ୍ନଟ , ମୃତ ୫୩୫
ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩୯,୭୪୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୩୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୦,୫୫୧ରେ ପହଞ୍ଚିଛି। ଦିନକରେ ଆଉ ୩୯,୯୭୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାଏଁ ୩,୦୫,୪୩,୧୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪,୦୮,୨୧୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏପର୍ଯ୍ୟନ୍ତ ୪୩,୩୧,୫୦,୮୬୪ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Powered by Froala Editor