ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ କୁ ଘୁଞ୍ଚିଲା
ଭୁବନେଶ୍ଵର : ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ୍ ଭିଜିଟ୍ ହେବ। ଟ୍ରିବ୍ୟୁନାଲ ସ୍ପଟ୍ ଭିଜିଟ୍ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି ହେବ। ଏପ୍ରିଲ ୧୩ ତାରିଖରେ ଟ୍ରିବ୍ୟୁନାଲ ଅବଧି ଶେଷ ହେବାକୁ ଯାଉଛି। ଓଡିଶା ଏବଂ ଛତିଶଗଡ ଟ୍ରିବ୍ୟୁନାଲ ଅବଧି ବୃଦ୍ଧି ପାଇଁ ଅନୁରୋଧ କରିସାରିଛନ୍ତି। ୨୦୨୭ ମାର୍ଚ୍ଚ ମାସ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ।
Powered by Froala Editor