ଜେଲରେ ଅସୁସ୍ଥ ହୋଇପଡ଼ିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ତା
ଭୁବନେଶ୍ବର: ଆଇନଜୀବୀ ପୀତବାସ ପଣ୍ତା ହତ୍ୟା ମାମଲାରେ ଜେଲରେ ରହିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ତା ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। ଅସୁସ୍ଥ ହୋଇପଡିଥିବା କାରଣରୁ ଚିକିତ୍ସାପାଇଁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମେଡିକାଲକୁ ନିଆଯାଇଛି ।
ଅକ୍ଟୋବର ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଷଡ଼ଯନ୍ତ୍ରରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶ ସମେତ ୧୬ ଜଣଙ୍କୁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଥିଲା ।
Powered by Froala Editor