ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି ?
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଉକ୍ତ ଚିଠିରେ ନବୀନ ଲେଖିଛନ୍ତି ଯେ, ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ ଶୋଷଣ ଓ ତଦ୍ଜନିତ କଷଣର ସମ୍ମୁଖୀନ ହେଉଛନ୍ତି। ସେ ସମ୍ପର୍କରେ ଦୁଃଖର ସହ ମୁଁ ଆପଣଙ୍କ ଦୃଷ୍ଟି ଆକର୍ଷଣ କରୁଛି। କୃଷି ହେଉଛି ଓଡିଶାର ଜୀବନ ରେଖା । ତଥାପି ପ୍ରଶାସନିକ ଉଦାସୀନତା ଓ ଲୋକଙ୍କୁ ଦେଇଥିବା ନିର୍ବାଚନ ପ୍ରତିଶ୍ରୁତି ପାଳନରେ ବିଫଳତା ଯୋଗୁ ଚଳିତ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆମ ଚାଷୀ ମାନଙ୍କ ପାଇଁ ଏକ ସଂଘର୍ଷମୟ ସ୍ଥିତି ସୃଷ୍ଟି କରିଛି ।
୧-କଟାନୀ-ଛଟନୀ ବନ୍ଦ କରିବା ପାଇଁ ତୁରନ୍ତ ମଣ୍ଡି ଗୁଡିକରେ ସ୍ପେଶାଲ ସ୍କ୍ୱାର୍ଡ ନିୟୋଜିତ କରାଯାଉ ଏବଂ ଦୋଷୀ ମିଲ୍ ମାଲିକ ଓ ସରକାରୀ ଅଫିସରଙ୍କ ବିରୁଦ୍ଧରେ
ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।
୨-ଇନପୁଟ୍ ସବ୍ସିଡି ପ୍ରଦାନ ପାଇଁ ରଖାଯାଇଥିବା ଚାଷୀ ପିଛା ସର୍ବାଧିକ ୧୫୦ କ୍ୱିଣ୍ଟାଲ ସିଲିଙ୍ଗ୍ ସର୍ତ୍ତ ତୁରନ୍ତ ପ୍ରତ୍ୟାହାର କରାଯାଉ ଏବଂ ରେଜେଷ୍ଟ୍ରିଭୁକ୍ତ ସବୁ ଚାଷୀଙ୍କ ଠାରୁ ସବୁ ଧାନ କିଣାଯାଉ।
୩- ବିଜେପିର ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ସବୁ ଚାଷୀଙ୍କୁ ଧାନ ସଂଗ୍ରହର ୪୮ ଘଣ୍ଟା ମଧ୍ୟରେ ଡିବିଟି ଜରିଆରେ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯାଉ ।
୪- ୭୨ ଘଣ୍ଟା ମଧ୍ୟରେ ମଣ୍ଡି ଗୁଡିକରେ ଖୋଲାରେ ପଡିଥିବା ସବୁ ଧାନ ଗୁଡିକୁ ଶତ ପ୍ରତିଶତ ଉଠାଯାଉ ।
Powered by Froala Editor