ସରକାରୀ କର୍ମଚାରୀଙ୍କୁ ଲୋକସେବା ଭବନ ଶୀଘ୍ର ଆସିବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ଆଜି ୧୨ଘଣ୍ଟିଆ ଭାରତ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ଧର୍ମଘଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଚାଲିବ । କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି ୧୦ଟି ଶ୍ରମିକ ସଂଗଠନ ଓ ସ୍ୱାଧୀନ ଫେଡେରେସନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ବନ୍ଦର ପ୍ରଭାବ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି । ବନ୍ଦ ଯୋଗୁଁ ସରକାରୀ କର୍ମଚାରୀଙ୍କୁ ଲୋକସେବା ଭବନ ଶୀଘ୍ର ଆସିବାକୁ କୁହାଯାଇଛି । ସକାଳ ୯ଟା ୩୦ସୁଦ୍ଧା ଅଫିସ ଆସିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
Powered by Froala Editor