କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ନବୀନଙ୍କ ଶୋକ
ଭୁବନେଶ୍ବର: ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୮୬ବର୍ଷ ବୟସରେ ଦେହାନ୍ତ ହୋଇଛି। କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ବିଶିଷ୍ଟ ରାଜନେତା, ପୂର୍ବତନ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ। ଦୀର୍ଘଦିନର ରାଜନୈତିକ ଜୀବନରେ ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ।
Powered by Froala Editor