ହସ୍ପିଟାଲରେ ଭର୍ତ୍ତି ହେଲେ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ
ଭୁବନେଶ୍ବର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ ଅଛନ୍ତି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଗତକାଲି ଭୁବନେଶ୍ୱରରେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଗୀତା ପଟ୍ଟନାୟକ । ସେଠାରେ ସେ ଅସୁସ୍ଥ ହୋଇପଡିଥିଲେ । ଏବେ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।
Powered by Froala Editor