ଜୟ ଜଗନ୍ନାଥ କହି ନିଜ ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ
ଭୁବନେଶ୍ଵର: ଆଜିଠୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜୟ ଜଗନ୍ନାଥ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି ରାଜ୍ୟପାଳ । ସେ କହିଛନ୍ତି ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ୍ ହେବ ଓଡିଶା। ୨୦୩୬ ମସିହାରେ ଓଡିଶା ଗଠନକୁ ଶହେ ବର୍ଷ ପୂରିବ। ସମୃଦ୍ଧ ଓଡିଶା ଗଠନ ପାଇଁ ମୋ ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ଵରେ କେନ୍ଦ୍ରରୁ ଓଡିଶାକୁ ବଡ ପ୍ରକଳ୍ପ ମିଳୁଛି। ଓଡିଶା ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ। ଜୟଦେବ ବିହାର ନନ୍ଦନକାନନ ରାସ୍ତାରେ ଫ୍ଲାଏଓଭର ହେବ। ଭିତ୍ତିଭୂମି ସୁଦୃଢ କରିବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ। ୨୦୪୭ ସୁଦ୍ଧା ମୁଣ୍ଡପିଛା ଆୟ ୧.୮ ଲକ୍ଷରୁ ୩୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା। ବହୁମୁଖୀ ଦାରିଦ୍ରକୁ ୫ ପ୍ରତିଶ୍ରତକୁ ହ୍ରାସ କରିବା ଆମର ଟାର୍ଗେଟ୍। ଆୟୁ ସୀମା ୮୦ରୁ ଅଧିକ କରିବା ଓ କୁପୋଷଣ ଦୂର କରିବା।
Powered by Froala Editor