ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ସମାପ୍ତ ପରେ ପ୍ରଦାନ କରାଯିବ ୧ ଲକ୍ଷ ୧ ଟଙ୍କା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରିଛନ୍ତି। ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ। ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ।
ସେହିପରି ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ଘୋଷଣା କରାଯାଇଛି। ଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
Powered by Froala Editor