ଏହି ଜିଲ୍ଲାକୁ ବର୍ଷା ପାଇଁ ସତର୍କତା ଜାରି
ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସକ୍ରିୟ ରହିଛି। ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଗତିପଥ ବଦଳାଇ ଉତ୍ତର-ପୂର୍ବ ଦିଗରେ ଗତି କରିବ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ସୋମବାରଠାରୁ ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି,ଘଡ଼ଘଡ଼ି ସହି ସହିତ ବର୍ଷା ହେବା ସମ୍ଭାବନା ରହିଛି।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର ବାଲେଶ୍ବର ଏବଂ ଭଦ୍ରକ ଜିଲାକୁ ବିଜୁଳି ଘଡଘତି ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Powered by Froala Editor