ରତ୍ନଭଣ୍ଡାର ଗଣତିମଣତି ଆରମ୍ଭ ହେବ ମାର୍ଚ୍ଚ ପ୍ରଥମ ସପ୍ତାହରେ
ପୁରୀ: ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଛତିଶା ନିଯୋଗ ସହ ଏସମ୍ପର୍କରେ ଆଲୋଚନା ହୋଇଛି, ଖୁବଶୀଘ୍ର ସମୟ ସ୍ଥିର ହେବ । ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ସୁଦ୍ଧା ଗଣତିଣତି ପାଇଁ ଯୋଜନା କରୁଛୁ । ଠାକୁରଙ୍କ ନୀତିକାନ୍ତି ଅନୁଯାୟୀ କେଉଁ ସମୟରେ କଲେ ଠିକ ହେବ ବିଚାର କରାଯିବ । ଏସବୁ ବିଚାର କରି ତାରିଖ ଘୋଷଣା ହେବ ବୋଲି ମନ୍ତ୍ରୀ କହିଛନ୍ତି ।
ଗତକାଲି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମାର୍ଚ୍ଚ ୩ରେ ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଠାକୁରଙ୍କ ସୁନାବେଶ ହେବ ।
Powered by Froala Editor