ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ
ମାଲକାନଗିରି : ଦୁଇ ମାଓବାଦୀ ନିହତ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସ- ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଯେଉଁଥିରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି ।
ଖବର ଅନୁଯାୟୀ, ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଦୀର୍ଘ ସମୟ ଧରି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି ।
Powered by Froala Editor