୨ ରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
ପୁରୀ: ଆସନ୍ତା ୨ ତାରିଖରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସହିତ ପରିଚାଳନା କମିଟି ସଦସ୍ୟମାନେ ଭାଗ ନେବେ।
ତେବେ ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇଥିବା ବେଳେ ତାରିଖ ଓ ଶୁଭ ବେଳା ସ୍ଥିର କରାଯିବ। ଏଥିସହ ଗୁଣ୍ଡିଚା ମନ୍ଦିର କେବେ ଖୋଲିବ ତାହା ମଧ୍ୟ ଚୂଡାନ୍ତ ହେବ। ମହାପ୍ରଭୁଙ୍କୁ ନୂତନ ରତ୍ନ ପଲଙ୍କ ସେଟ୍ କେବେ ବ୍ୟବହାର ହେବ ସେନେଇ ଆଲୋଚନା ହେବ। ଶ୍ରୀମନ୍ଦିର ଭିତରେ ଉଭୟ ପୋଲିସ ଓ ସେବକଙ୍କ ମୋବାଇଲ ଫୋନ୍ ବାରଣ, ଶ୍ରୀମନ୍ଦିର ଆଇନରେ ସଂଶୋଧନ ପାଇଁ ମଧ୍ୟ ହେବ ଆଲୋଚନା।
Powered by Froala Editor