କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
କୋଲକାତା: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୪ ରେକର୍ଡ କରାଯାଇଛି ।
ସୂଚନାଯୋଗ୍ୟ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲା। ଏହି ଝଟକା ଯୋଗୁଁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା, ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଅନେକ ଲୋକ ଅଫିସ ଏବଂ କୋଠାରୁ ବାହାରକୁ ବାହାରି ଆସିଥିଲେ। କେନ୍ଦ୍ରସ୍ଥଳ ସହରଠାରୁ ପ୍ରାୟ ୮ କିଲୋମିଟର ଦୂରରେ ଥିଲା। ତେବେ ଭୂକମ୍ପ କ୍ଷୟକ୍ଷତି ନେଇ ବର୍ତ୍ତମାନ ସୁଦ୍ଧା କୌଣସି ରିପୋର୍ଟ ହସ୍ତଗତ ହୋଇପାରି ନାହିଁ ।
Powered by Froala Editor