ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଦାସ ଏକାଠି
ଭୁବନେଶ୍ଵର: ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା। ତେବେ ଆଜି ନାମାଙ୍କନ ଭରିବା କକ୍ଷରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ପିସିସି ସଭାପତି ଭକ୍ତ ଦାସ ଏକାଠି ବସିଥିବା ଦେଖିବାକୁ ମିଳିଛି। କଂଗ୍ରେସ ବିଧାୟକ ଦଳ ନେତା କାଡାମ ଓ ଅନ୍ୟ ସଦସ୍ୟମାନେ ମାନେ ମଧ୍ୟ ପାଖାପାଖି ବସିଥିଲେ।
Powered by Froala Editor