ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କେନ୍ଦ୍ରାପଡ଼ା: ଛତା ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସ୍ରେ ଚଢ଼ାଉ ଜାରି ରହିଛି।
ଭୁବନେଶ୍ୱରର ବାଲିଅନ୍ତାର ଜୋହାଲାରେ ଅବସ୍ଥିତ ଶ୍ରୀ ରାୟଙ୍କ ଚାରି ମହଲା କୋଠା, କଟକର ଚୌଦ୍ୱାରର ଜାଜାଭୈରବରେ ଶ୍ରୀ ରାୟଙ୍କ ଦୁଇ ମହଲା କୋଠା, କଟକ ଜିଲ୍ଲା ବାଙ୍କିର ରଗଡ଼ିରେ ଅବସ୍ଥିତ ତାଙ୍କ ପୈତୃକ ଘର, ଭଦ୍ରକର ବୁଡଙ୍ଗାରେ ତାଙ୍କ ସମ୍ପର୍କୀୟଙ୍କ ଘର, ଡେରାବିଶ ଜଳସେଚନ କାର୍ଯ୍ୟାଳୟ, କେନ୍ଦ୍ରାପଡାରେ ଅବସ୍ଥିତ ତାଙ୍କ କାର୍ଯ୍ୟାଳୟ ଚାମ୍ବର ଏବଂ ଅସ୍ଥାୟୀ ବାସସ୍ଥାନ , ଢେଙ୍କାନାଳ ଜିଲ୍ଲା, ସାନସାଥୀବାଟିଆରେ ତାଙ୍କ ସମ୍ପର୍କୀୟଙ୍କ ଘର ଏବଂ ଭୁବନେଶ୍ୱରର ପଟିଆରେ ତାଙ୍କ ସମ୍ପର୍କୀୟଙ୍କ ଘରେ ରେଡ୍ କରାଯାଉଛି।
Powered by Froala Editor