ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଆଶଙ୍କା
ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ଉତ୍ତର ପ୍ରଦେଶ, ଉତ୍ତର ଛତିଶଗଡ଼ ଏବଂ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦କି.ମି ବେଗରେ ବହିବାର ଆଶଙ୍କା ରହିଛି।
ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋରଧା ଏବଂ ପୁରୀ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ସମ୍ଭାବନା ରହିଛି।
ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କେତେକ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କଟକ, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ଗରମ ଆର୍ଦ୍ରତା ପାଇଁ ସତର୍କ ସୂଚନା ଜାରି ହୋଇଛି। ଝଡ଼ବର୍ଷ ସମୟରେ ଲୋକେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
Powered by Froala Editor