ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ କିସ୍ତି ଟଙ୍କା
ପୁରୀ: ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା । ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ୍ ଖାତାକୁ ଏହି ଟଙ୍କା ପଠାଇଛନ୍ତି । ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଚଳିତ ଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି। ମୋଟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ଦିଆ ଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ସେ କହିଛନ୍ତି, ୫ ହଜାର କୋଟିରୁ ଅଧିକ ଟଙ୍କା ସିଧା ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏବେସୁଦ୍ଧା ମୋଟ ୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ଜଣ ଆବେଦନ କରିଛନ୍ତି। ଯୋଗ୍ୟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀଙ୍କ ମଧ୍ୟରେ ୨ ଲକ୍ଷ ୧୩ ହଜାର ୧୯୮ଜଣ ନୂଆ ହିତାଧିକାରୀ ଯୋଡି ହୋଇଛନ୍ତି।
Powered by Froala Editor