ଏହି ୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା
ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଚାନ୍ଦବାଲି ଏବଂ କେନ୍ଦୁଝରର କିଛି ଅଞ୍ଚଳରେ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Powered by Froala Editor