Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

ରାଜ୍ୟ
Home ›› ରାଜ୍ୟ ››ବିରୋଧୀଙ୍କ ଅଭିଯୋଗ ଭିତ୍ତିହୀନ, ଏଥିରେ ୧ ପ୍ରତିଶତ ସତ୍ୟତା ନାହିଁ : ମନ୍ତ୍ରୀ

ବିରୋଧୀଙ୍କ ଅଭିଯୋଗ ଭିତ୍ତିହୀନ, ଏଥିରେ ୧ ପ୍ରତିଶତ ସତ୍ୟତା ନାହିଁ : ମନ୍ତ୍ରୀ

2026-03-10 05:47:20
15537
Share:
Facebook
Twitter
E-Mail
WhatsApp
Telegram
ବିରୋଧୀଙ୍କ ଅଭିଯୋଗ ଭିତ୍ତିହୀନ, ଏଥିରେ ୧ ପ୍ରତିଶତ ସତ୍ୟତା ନାହିଁ : ମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ୍‌ ଅଞ୍ଚଳର ଚାଷୀ ତ୍ରିଲୋଚନ ନାୟକଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଛି। ଧାନ ବିକ୍ରି ନିମନ୍ତେ ମଣ୍ଡିରେ ୩ଦିନ ଧରି ଜଗି ରହିବା କାରଣରୁ ମୃତ୍ୟୁ ହୋଇଥିବା ନେଇ ବିରୋଧୀଙ୍କ ଅଭିଯୋଗ ଭିତ୍ତିହୀନ। ଏଥିରେ ୧ ପ୍ରତିଶତ ସତ୍ୟତା ନାହିଁ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ବିଧାନସଭାରେ ସ୍ପଷ୍ଟ କରିଛନ୍ତି। ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବାଟବଣା ଏବଂ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ ନ ମିଳିବା ପ୍ରସଙ୍ଗରେ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ଗୃହରେ ଆଗତ ମୁଲବତୀ ପ୍ରସ୍ତାବ ଉପରେ ମନ୍ତ୍ରୀ ଶ୍ରୀ ପାତ୍ର ଉତ୍ତର ରଖି କହିଛନ୍ତି, ସ୍ବର୍ଗତ ତ୍ରିଲୋଚନ ନାୟକ ୪୦ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି।

ଫେବୃଆରୀ ୧୮ରେ ତାଙ୍କ ବ୍ୟାଙ୍କ ଖାତାକୁ ୧.୨୦ ଲକ୍ଷ ଟଙ୍କା ଯାଇଛି। ସେ ବ୍ୟାଙ୍କରୁ ୧୯ରେ ୨ ହଜାର ଏବଂ ୨୦ରେ ୧୦ ହଜାର ଟଙ୍କା ଉଠାଣ କରିଛନ୍ତି। ଫେବୃଆରୀ ୨୫ରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ଜାଣିବା ପାଇଁ ସମବାୟ ଏବଂ ଖାଦ୍ୟ ସୁରକ୍ଷା ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଯୁଗ୍ମ ତଦନ୍ତ ହୋଇଛି ବୋଲି ଶ୍ରୀ ପାତ୍ର କହିଛନ୍ତି।
ମନ୍ତ୍ରୀ କହିଛନ୍ତି, ଗତବର୍ଷ ସରକାର ଖରିଫରେ ୭୩.୪୫ଲକ୍ଷ ଟନ୍ ଏବଂ ରବିରେ ୧୯.୧୯ଲକ୍ଷ ଟନ୍ ଧାନ କିଣିଥିଲେ। ଖରିଫ ଏବଂ ରବି ମିଶି ମୋଟ ୯୨.୬୪ ଲକ୍ଷ ଟନ୍ ଧାନ କ୍ରୟ ହୋଇଥିଲା। ସେଥିରୁ ୬୨.୮୨ ଲକ୍ଷ ଟନ୍ ଚାଉଳ ହୋଇଥିଲା। ତନ୍ମଧ୍ୟରୁ ଏଫ୍‌ସିଆଇ ୨୬.୭୫ଲକ୍ଷ ଟନ୍ ଚାଉଳ ଉଠାଣ କରିଥିଲା। ସରକାର ପିଡିଏସରେ ୩୧.୬୫ଲକ୍ଷ ଟନ୍ ଚାଉଳ ବଣ୍ଟନ କରିଛନ୍ତି। ବଳକା ୪.୯୫ଲକ୍ଷ ଟନ୍ ଚାଉଳ ସରକାରୀ ଏବଂ ମିଲର୍ସଙ୍କ ଗୋଦାମରେ ଗଚ୍ଛିତ ଥିଲା। ସରକାରୀ ଗୋଦାମରେ ୩.୭୯ଲକ୍ଷ ଟନ୍ ଏବଂ ମିଲର୍ସଙ୍କ ଗୋଦାମ ଗୃହ‌େ‌ର ୧.୧୮ଲକ୍ଷ ଟନ୍ ଚାଉଳ ଗଚ୍ଛିତ ଥିଲା। ଏଫ୍‌ସିଆଇ ଚାଉଳ ଉଠାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସହିତ କଥାବାର୍ତ୍ତା କରିଛନ୍ତି। ଖୁବ୍‌ଶୀଘ୍ର ଏଫ୍‌ସିଆଇ ୧.୫ଲକ୍ଷ ଟନ୍ ଚାଉଳ ଉଠାଣ କରିବ। ଗୋଦାମ ଗୃହ ଖାଲି ହୋଇଯିବ ଏବଂ କ୍ରୟ ଖରିଫ ଧାନ ରଖାଯିବ। ପୂର୍ବ ସରକାର ଅମଳରେ ୧୦ କେଜି ପର୍ଯ୍ୟନ୍ତ କଟନି-ଛଟନି ହେଉଥିଲା। ବିଜେପି ସରକାରରେ କଟନି-ଛଟନି ହେଉନାହିଁ। ସରକାରଙ୍କ ଆଭିମୁଖ୍ୟ ଶୂନ କଟନି-ଛଟନି ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।
ଶ୍ରୀ ପାତ୍ର ଆହୁରି କହିଛନ୍ତି, ବିଜେପି ସରକାର ଆସିଲା ପରେ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା କରିଥିଲେ। ଅଦ୍ୟାବଧି ୭ଲକ୍ଷ ୭୨ହଜାର ୯୬୫ ଜଣ ମୃତବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ଯୋଜନାରୁ ବାଦ୍ ଦିଆଯାଇଛି।

ଖାଲି ହେଉଥିବ‌ା ସ୍ଥାନରେ ସରକାର ନୂଆ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରୁଛନ୍ତି। ଏଥିପାଇଁ ସରକାରଙ୍କ ପାଖକୁ ୧୭ ଲକ୍ଷ ୩୮ହଜାର ୯୪୬ଟି ଆବେଦନପତ୍ର ଆସିଥିଲା। ୯ଲକ୍ଷ ୮୩ ହଜାର ୯୦୦ ପରିବାର ସଦସ୍ୟଙ୍କୁ ତାଲିକାରେ ଅନ୍ତର୍ଭୁକ୍ତ କରି ରେସନ କାର୍ଡ ଦିଆଯାଇଛି। ୮ଲକ୍ଷ ୫୮ହଜାର୬୫୪ଟି ଅଯୋଗ୍ୟ ଆବେଦନକୁ ଅଗ୍ରାହ୍ୟ କରି ଦିଆଯାଇଛି। ଏବେ ୩ଲକ୍ଷ ୮୩ହଜାର ୩୭୩ଟି ସଦ୍ୟ ହସ୍ତଗତ ଆବେଦନପତ୍ର ଗୁଡିକୁ ବ୍ଲକ ଏବଂ ପୌରାଞ୍ଚଳରେ ତର୍ଜମା କରାଯାଉଛି। ବଳକା ଚାଉଳ ପ୍ରଥମ ପର୍ଯ୍ୟାୟରେ ୧୧ଟି ଜିଲାରେ ୨୭ଲକ୍ଷ ୩୮ହଜାର ୮୨୯ ହିତାଧିକାରୀ ପରିବାର ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୧୯ଟି ଜିଲାରେ ୭୦ଲକ୍ଷ ୪୭ହଜାର ୪୧୮ ହିତାଧିକାରୀ ପରିବାରଙ୍କୁ ତିନି ମାସ ପାଇଁ ଅତିରିକ୍ତ ୫କେଜି ଲେଖାଏଁ ଚାଉଳ ମାଗଣାରେ ବଣ୍ଟନ ହୋଇଛି। ତୃତୀୟ ପର୍ଯ୍ୟାୟରେ ୧୪ଟି ଆଦିବାସୀ ଅଧ୍ୟୁଷିତ ଜିଲାରେ ୨୭ଲକ୍ଷ ୩୪ହଜାର ୪୯୭ ହିତାଧିକାରୀ ପରିବାରକୁ ୪ମାସ ପାଇଁ ଅତିରିକ୍ତ ୧୦କେଜି ଲେଖାଏଁ ମାଗଣା ଚାଉଳ ବଣ୍ଟନ ହୋଇଛି। ଏବାବଦରେ ସମୁଦାୟ ୧୧୧୫କୋଟି ୬୮ଲକ୍ଷ ୭୨ହଜାର ୧୯୨ ଟଙ୍କା ବ୍ୟୟବରାଦ ରାଜ୍ୟ ସରକାର ବହନ କରିଛନ୍ତି। ୯୭% ଇ-କେୱାଇସି ସରିଛି। ଅଦ୍ୟାବଧି ୧୦.୪୭ଲକ୍ଷ ହିତାଧିକାରୀ ଇ-କେୱାଇସି କରିନାହାନ୍ତି; କିନ୍ତୁ ସରକାର ସେମାନଙ୍କ ଚାଉଳ କାଟିନାହାନ୍ତି ବୋଲି ବିଭାଗୀୟ ମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି। ତେବେ ମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୋଷ ପ୍ରକାଶ କରି ବିରୋଧୀ କଂଗ୍ରେସ ଓ ବିଜେଡ଼ି ସଦସ୍ୟଗଣ କକ୍ଷତ୍ୟାଗ କରିଛନ୍ତି।

Powered by Froala Editor

Tags Minister

Related articles Odisha News Lens 4.1

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14732
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13409
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13702
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14890
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15530
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14252
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14582
    Sep 09, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13578
    Sep 11, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15667
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13409
    Sep 10, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14890
    Sep 10, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14762
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17754
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18160
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13578
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15695
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14557
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13867
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14672
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13747
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14637
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14991
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15667
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14252
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13409
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In