ରାଜ୍ୟସଭା ନିର୍ବାଚନ ନେଇ ବଡ ମନ୍ତବ୍ୟ ଦେଲେ ନବୀନ, କହିଲେ ଏହା
ଭୁବନେଶ୍ୱର: ରାଜ୍ୟ ସଭା ନିର୍ବାଚନ ମାର୍ଚ୍ଚ ୧୬ରେ ଅନୁଷ୍ଠିତ ହେବ। ଏହାରି ମଧ୍ୟରେରାଜ୍ୟସଭା ନିର୍ବାଚନକୁ ନେଇ ଆଜି ଏକ ବଡ ମନ୍ତବ୍ୟ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ବିଜେପି ଘୋଡ଼ା ବେପାର କରୁଛି। ବିଜେପି ପ୍ରାର୍ଥୀମାନେ ଘୋଡ଼ା ବେପାର ଚେଷ୍ଟା ଜାରି ରଖିଛନ୍ତି । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏହା ଏକ ଅପରାଧ । ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ।
Powered by Froala Editor