ମର୍ମନ୍ତୁଦ ଦୁର୍ଘଟଣା, ୩ ମୃତ
ପିପିଲି : ଭୁବନେଶ୍ୱର -ପୁରୀ ଜାତୀୟ ରାଜପଥର କୌଶଲ୍ୟାଗଙ୍ଗ ସ୍ଥିତ ସିଫା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଏକ କାର ଭୁବନେଶ୍ୱର ରୁ ପୁରୀ ଅଭିମୁଖେ ଯାଉଥିବାବେଳେ ରାସ୍ତା କଡରେ ମର୍ଣ୍ଣି ୱାକରେ ଯାଉଥିବା ୨ ଜଣ ମହିଳାଙ୍କ ଉପରେ ପଛରୁ ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ମହିଳାଙ୍କର ମୃତ୍ୟୁ ଘଟିଥିଲା।
ପରେ କାରଟି ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ଧକ୍କା ଲାଗି ରାସ୍ତା କଡ଼ ନୟନଜୋରୀ ମଧ୍ୟକୁ ଖସି ପଡିଥିଲା । ଫଳରେ କାର ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ କାର ମଧ୍ୟରେ ଥିବା ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି। ପିପିଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
Powered by Froala Editor