ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣା: ମିଳିଲା ୧୦ ମୃତକଙ୍କ ପରିଚୟ
କଟକ: କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ଏକ ୱାର୍ଡରେ ନିଆଁ ଲାଗି ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁବରଣ କରିଥିବା ୧୦ ମୃତକଙ୍କ ପରିଚୟ ମିଳିଛି। ମୃତକମାନେ ହେଲେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ୍.ଡି ନ୍ୟୁମ, ଗୌରାଙ୍ଗ ବାରିକ,ଏସ୍ କେ ଅବଦୁଲ୍ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା ଏବଂ ମେନକା ରାଉତ। ଟ୍ରମା କେୟାର ଆଇସିୟୁରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ପରେ ଆଇସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା।
ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି ।
Powered by Froala Editor