ପ୍ରବଳ ହଟ୍ଟଗୋଳ, ୪ଟା ଯାଏଁ ମୁଲତବୀ
ଭୁବନେଶ୍ଵର: ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟ ମାନେ ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ପ୍ରଥମେ ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ। କିନ୍ତୁ ୧୨ ଟା ପରେ ମଧ୍ୟ ବିଧାନସଭା ଚାଲିପାରିନାହିଁ , ଫଳରେ ପୁର୍ନବାର ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖାଯାଇଛି।
ସୂଚନା ଅନୁଯାୟୀ ଏସ୍ସିବି ଟ୍ରମା କେୟାର ସେଣ୍ଟରର ପ୍ରଥମ ମହଲାରେ ଥିବା ଆଇସିୟୁରେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିଲା । ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିଲେ । ହସ୍ପିଟାଲ ପକ୍ଷରୁ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଅଭାବ ଓ ଅବହେଳା ଯୋଗୁଁ ଏହି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ଉଦ୍ଧାର କାର୍ଯ୍ୟ ସମୟରେ ସ୍ପ୍ରିଙ୍କଲର ସମୟରେ କାମ ନକରିବାରୁ ଅଗ୍ନି ନିର୍ବାପନ କାର୍ଯ୍ୟ ବିଳମ୍ବ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି ।
Powered by Froala Editor