ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ : ନବୀନ
ଭୁବନେଶ୍ଵର: ଏସସିବି ମେଡିକାଲର ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ଆଜିର ଏହି ଘଟଣା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ନବୀନ ଦାବି କରିଛନ୍ତି।ସେପଟେ ବିଧାନସଭାରେ ଏସସିବି ଅଗ୍ନିକାଣ୍ଡ ଘଟଣା ପ୍ରସଙ୍ଗ ଉଠାଇଥିଲେ ବିରୋଧୀ। ପ୍ରବଳ ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ଗୃହକୁ ଦିନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ । ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଥିଲା ।
Powered by Froala Editor