ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ୪ ଅଧିକାରୀ ସସ୍ପେଣ୍ଡ
କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହୋଇଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ୪ ଜଣ ଅଧିକାରୀଙ୍କୁ ସସପେଣ୍ଡ କରାଯାଇଛି । ସସପେଣ୍ଡ ହୋଇଥିବା ୪ ଅଧିକାରୀ ହେଲେକଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା, କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା, ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଏବଂ କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ ।
ରବିବାର ରାତିରେ ଏସସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଘଟଣା ଘଟିବା ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ଜଣ ରୋଗୀ ଥିଲେ । ଘଟଣାରେ ଏପର୍ଯ୍ୟନ୍ତ ଦଶରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି । ଅଗ୍ନିକାଣ୍ଡ ପରେ ଆୟୁସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା । ଗୁରୁତର ରାଗୀଙ୍କୁ ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା । ଘଟଣା ଘଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସସିବିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଥିଲେ । ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।
Powered by Froala Editor