ପ୍ରବଳ ହଟ୍ଟଗୋଳ, ୧୧ଟା ୩୦ଯାଏଁ ଗୃହ ମୁଲତବି
ଭୁବନେଶ୍ଵର:ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ଏସସିବି ମେଡିକାଲରେ ଘଟିଥିବା ଅଗ୍ନିକାଣ୍ତ ଘଟଣାକୁ ନେଇ ବିରୋଧୀମାନେ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଧରି ହୋହଲ୍ଲା କରିଥିଲେ। ତାହା ସହ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଉଦ୍ୟମ ମଧ୍ୟ କରିଛନ୍ତି। ପ୍ରବଳ ହଟ୍ଟଗୋଳ ହେବାରୁ ଗୃହକୁ ୧୧ଟା ୩୦ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ। ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ।
Powered by Froala Editor