ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ଵର: ଆଜି ମଧ୍ୟ ବିଧାନସଭାରେ ଅଚଳାବସ୍ଥା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ସଦସ୍ୟମାନେ ନାରାବାଜି କରିଥିଲେ। ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ କରିଥିଲେ। ପରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଏସ୍ସିବି ଅଗ୍ନିକାଣ୍ଡକୁ ନେଇ କଂଗ୍ରେସ-ବିଜେଡି ବିଧାୟକଙ୍କ ହୋହଲ୍ଲା କରିଥିଲେ। ପୁର୍ନବାର ବାଚସ୍ପତି ଗୃହକୁ ୧୨ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିବା ସହ ସର୍ବଦଳୀୟ ବୈଠକ ମଧ୍ୟ ଡାକିଛନ୍ତି।
Powered by Froala Editor