ରତ୍ନଭଣ୍ଡାରର ଅଳଙ୍କାର ଗଣତି ଆଜି
ପୁରୀ: ୪୮ ବର୍ଷ ପରେ ଆଜି ଖୋଲିବ ରତ୍ନଭଣ୍ଡାର । ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନ ଅଳଙ୍କାର ଚିହ୍ନଟ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ପ୍ରସ୍ତୁତ ହୋଇସାରିଛି। ଆଜି ଚୈତ୍ର ଶୁକ୍ଳ ସପ୍ତମୀ ତିଥି ଅବସରରେ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହେବ । ଏହି ଶୁଭ କାର୍ଯ୍ୟ ପାଇଁ ମଧ୍ୟାହ୍ନ ୧୨ଟା ୦୯ରୁ ଅପରାହ୍ନ ୧ଟା ୪୫ ପର୍ଯ୍ୟନ୍ତ ମାହେନ୍ଦ୍ର ବେଳା ଧାର୍ଯ୍ୟ କରାଯାଇଛି । କଡ଼ା ସୁରକ୍ଷା ବଳୟ ଓ ସମ୍ପୂର୍ଣ୍ଣ ସ୍ୱଚ୍ଛତା ମଧ୍ୟରେ ଏହି ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୩ଡି ମ୍ୟାପିଂ, ଭିଡିଓଗ୍ରାଫି ଓ ଫଟୋଗ୍ରାଫିର ମଧ୍ୟ ସହାୟତା ନିଆଯିବ। ଗଣତି ପାଇଁ ଦୁଇଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ପ୍ରଥମଟି ହେଉଛି ସୁପରଭାଇଜିଂ ଟିମ୍ ଏବଂ ଦ୍ୱିତୀୟଟି ହ୍ୟାଣ୍ଡେଲିଂ ଟିମ୍। ଏହି ଟିମ୍ରେ ରହିବେ ଶ୍ରୀମନ୍ଦିର ପ୍ରଶାସକଙ୍କ ସମେତ ପାଟ୍ଟଯୋଶୀ ମହାପାତ୍ର, ଭଣ୍ଡାର ମେକାପ, ତଢ଼ଉକରଣ, ଦେଉଳକରଣ, ସ୍ୱର୍ଣ୍ଣକାର ଓ ରତ୍ନବିଜ୍ଞାନୀ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଜଣେ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।
Powered by Froala Editor