ଶ୍ରୀରାମ ନବମୀ ଉତ୍ସବ ପାଇଁ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପୁଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ଆସନ୍ତା ୨୭ ତାରିଖରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହେବାକୁ ଯାଉଥିବାରୁ ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୁଲିସ ପ୍ରଶାସନକୁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଲେ ମର୍ଯ୍ୟାଦା ପୁରୁଷ ଶ୍ରୀରାମ ଚନ୍ଦ୍ରଙ୍କ ସ୍ୱନକ୍ଷତ୍ର ଦିବସକୁ ଶ୍ରୀରାମ ନବମୀ ଭାବରେ ସାରା ଦେଶରେ ଅତ୍ୟନ୍ତ ଭକ୍ତି ଓ ଶ୍ରଦ୍ଧାର ସହ ପାଳିତ କରାଯାଏ।
ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଉପଦେଷ୍ଟା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୁଲିସ ମହାନିର୍ଦେଶକ ୱାଇ.ବି. ଖୁରାନିଆ, ଆଇନ ଓ ଶୃଙ୍ଖଳା ଅତିରିକ୍ତ ପୁଲିସ ମହାନିର୍ଦେଶକ ସଞ୍ଜୟ କୁମାର, ଗୁଇନ୍ଦା ନିର୍ଦେଶକ ଆର୍.ପି. କୋଚେ, ପୁଲିସ ଆୟୁକ୍ତ ଦେବଦତ୍ତ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।
Powered by Froala Editor