ଆରମ୍ଭ ହେବ ସକାଳୁଆ କୋର୍ଟ, କେବେଠୁ ଜାଣନ୍ତୁ ?
କଟକ: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। କୋର୍ଟ କାର୍ଯ୍ୟ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ଏହା ସହିତ ପୂର୍ବାହ୍ନ ୧୦ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଅଧ ଘଣ୍ଟିଆ ବିରତି ସମୟ ଧାର୍ଯ୍ୟ ହୋଇଛି। ପ୍ରତିଦିନ ଅଦାଲତ ସକାଳ ୭ଟା ୩୦ରୁ ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ। ତେବେ ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ୱର, କୋରାପୁଟ (ସଦର) ଓ ପୁରୀ (ସଦର) ଅଞ୍ଚଳରେ ସକାଳୁଆ କୋର୍ଟ ଚାଲିବା ବ୍ୟବସ୍ଥା ଲାଗୁ ହେବ ନାହିଁ ବୋଲି ସୂଚନା ମିଳିଛି।
Powered by Froala Editor