୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା
ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବାଧିକ ତାପମାତ୍ରା ୩୬ଡିଗ୍ରୀରୁ ଊର୍ଦ୍ଧ୍ବ ରହିଛି। ସୁବର୍ଣ୍ଣପୁରରେ ଦିନ ତାପମାତ୍ରା ୩୮ଡିଗ୍ରୀ ଥିବାବେଳେ ଟିଟିଲାଗଡ଼ରେ ୩୭.୫ ଡିଗ୍ରୀ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗ, ଦକ୍ଷିଣ ଛତିଶଗଡ଼ ଏବଂ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ମାଲକାନଗିରି, କୋରାପୁଟ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସମ୍ଭାବନା ରହିଛି।
Powered by Froala Editor