ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ: ଗୃହ ମୁଲତବୀ ଘୋଷଣା
ଭୁବନେଶ୍ଵର: ଆଜି ମଧ୍ୟ ଚାଲିପାରିଲାନି ବିଧାନସଭା । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ଏସସିବି ଅଗ୍ନିକାଣ୍ଡ ଏବଂ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ବିରୋଧୀମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ବିଧାନସଭା ପରିସରରେ ଥିବା ଗାନ୍ଧିମୂର୍ତ୍ତି ତଳେ ବିରୋଧୀ ସଦସ୍ୟମାନେ ପ୍ରତିବାଦ କରିଛନ୍ତି। ଏବଂ ଏସସିବି ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ତେବେ ଗତ ୧୭ ତାରିଖରୁ ଏସ୍ସିବି ମେଡ଼ିକାଲ ଅଗ୍ନିକାଣ୍ଡ ପ୍ରସଙ୍ଗକୁ ନେଇ ଲଗାତାର ଭାବେ ବିରୋଧୀମାନେ ଗୃହରେ ହଟ୍ଟଗୋଳ କରିଆସୁଛନ୍ତି।
Powered by Froala Editor