ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଲେ ଉପେନ୍ଦ୍ର ଦ୍ୱିବେଦୀ
ଭୁବନେଶ୍ବର: ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ୩ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ଶ୍ରୀ ଦ୍ୱିବେଦୀ।
ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ ଦ୍ବିବେଦୀ ଭୁବନେଶ୍ବରରେ ପହଞ୍ଚିବା ପରେ ୧୨୦ ବାଟାଲିଅନ ମୁଖ୍ୟାଳୟକୁ ଯିବେ। ୨୮ରେ ସେ ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଗୋପାଳପୁରସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜ ଗସ୍ତ କରି ସେଠାରେ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ବୁଲି ଦେଖିବେ।
Powered by Froala Editor