ଦଶପଲ୍ଲା କୁଟିବାରି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ନୟାଗଡ଼ ଦଶପଲ୍ଲା ତହସିଲ ଅନ୍ତର୍ଗତ କୁଟିବାରି ଘାଟି ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
ସୂଚନାନୁଯାୟୀ ଦଶପଲ୍ଲାରେ ଶନିବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ୫ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।
ଭାରସାମ୍ୟ ହରାଇ ପଥର ସହ ପିଟି ହୋଇ ଟୁରିଷ୍ଟ ବସଟି ଓଲଟି ପଡ଼ିବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗାଡି ଚାଳକଙ୍କ ସହ ୫ ଜଣଙ୍କ ମୃତ୍ୟୁ ଘଟିଛି।
Powered by Froala Editor