ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ
ନୂଆଦିଲ୍ଲୀ : ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶନିବାର ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନର ଜରୁରୀ ଅବତରଣ କରିଛି। ଅଗ୍ନିଶମ ବିଭାଗ ଅନୁଯାୟୀ, ବିମାନଟି ସୁରକ୍ଷିତ ଭାବରେ ଅବତରଣ କରିଛି ଏବଂ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଦିଲ୍ଲୀ ପୁଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଦିଲ୍ଲୀ ଆସୁଥିଲା। ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁଁ ବିମାନକୁ ଦିଲ୍ଲୀ ବିମାନବନ୍ଦରରେ ଜରୁରୀ ଅବତରଣ କରିବାକୁ ପଡ଼ିଲା। ଏହି ସମୟରେ ରନୱେରେ ସମ୍ପୂର୍ଣ୍ଣ ଜରୁରୀକାଳୀନ ପରିସ୍ଥିତି ଜାରି କରାଯାଇଥିଲା।
Powered by Froala Editor