ଜଳିଗଲା ୭ ଦୋକାନ ଘର
ଯାଜପୁର: ଯାଜପୁର ଜିଲ୍ଲାର ବ୍ରହ୍ମବରଦା ବଜାର ତାରିଣୀ ଛକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ଟି ଦୋକାନ ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
Powered by Froala Editor